ସତ୍ୟଶିଖା (ଭୁବନେଶ୍ୱର) ୨୩/୧୧/୨୦୨୦ : ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ପରଲୋକ ଘଟିଛି । ରବିବାର ରାତ୍ରରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ଗତ ନଭେମ୍ବର ୧ ତାରିଖରେ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ । ସୁଶିଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକବ୍ୟକ୍ତ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରି କହିଛନ୍ତି ଯେ, ସେ ଜଣେ ଧର୍ମପ୍ରାଣ ଓ ପରୋପକାରୀ ମହିଳା ଥିଲେ । ରାଜ୍ୟପାଳ ଓ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି ।