

ସତ୍ୟଶିଖା (ଭୁବନେଶ୍ୱର )୦୫.୦୩.୨୦୨୧: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୬୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩ ଜଣ କ୍ଵାରେଣ୍ଟାଇନ୍ରେ ରହିଥିବା ବେଳେ ୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୧୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୪୮୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୪୨୭୧୭୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।