ସତ୍ୟଶିଖା( ନୂଆଦିଲ୍ଲୀ )୩୧.୧୦.୨୦୨୨: ଗୁଜରାଟ ଝୁଲ। ପୋଲ ଦୁର୍ଘଟଣାରେ ବଢ଼ିବାରେ ଲାଗିଛି ମୃତ୍ୟୁ ସଂଖ୍ୟା। ବର୍ତ୍ତମାନ ସୁଦ୍ଧା ୧୪୧ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରବିବାର ସନ୍ଧ୍ୟାରେ ମୋର୍ବିର ମାଚ୍ଛୁ ନଦୀରେ ବହୁ ପୁରୁଣା ଝୁଲା ପୋଲ ଛିଡି ଯିବାରୁ ଏହି ଅଘଟଣ ଘଟିଛି। ମୃତ୍ୟୁ ସଂଖ୍ୟା ଆଗକୁ ଆହୁରି ବଢ଼ିବାରେ ବୋଲି ଆଶଙ୍କା କରାଯାଉଛି।
ଆହତଙ୍କୁ ଚିକିତ୍ସା କରିବା ଲାଗି ରାଜକୋଟ ସିଭିଲ୍ ହସ୍ପିଟାଲରେ ସ୍ୱତନ୍ତ୍ର ଓ୍ୱାର୍ଡ କରାଯାଇଛି। ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଘଟଣାସ୍ଥଳ ଅନୁଧ୍ୟାନ ପରେ ହସ୍ପିଟାଲରେ ପହଞ୍ଚି ଆହତଙ୍କୁ ଭେଟିଛନ୍ତି। ମୃତକଙ୍କ ପରିବାରକୁ ରାଜ୍ୟ ସରକାର ୪ ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଥିବା ବେଳେ କେନ୍ଦ୍ର ସରକାର ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ଆହତଙ୍କୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ୫୦ ହଜାର ଲେଖାଏଁ ଟଙ୍କା ଦେବେ।
ମୋର୍ବି ମୁନିସିପାଲ କମିଶନର ସନ୍ଦିପ ସିଂ ଝାଲା କହିଛନ୍ତି ଯେ, ଉକ୍ତ ପୋଲ ସର୍ବସାଧାରଣଙ୍କ ପାଇଁ ଗତ ୨୬ ତାରିଖ ଖୋଲା ଯାଇଥିଲା। କିନ୍ତୁ କୌଣସି ସରକାରୀ ଅନୁମତି ନିଆଯାଇନଥିଲା। ଫଳରେ ଏଭଳି ଅଘଟଣା ଘଟିଥିଲା ବୋଲି ସେ କହିଛନ୍ତି।
-
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । -
ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । -
ଧନ୍ତେରାସ ପୂର୍ବରୁ ସୁନା ଏବଂ ରୁପା ଦର ଉପରମୁହାଁ l -
କଟକରେ ୩୬ ଘଣ୍ଟା କର୍ଫ୍ୟୁ ବଳବତ୍ତର ରହିଛି । -
ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। -
କଟକରେ ଭସାଣ ବେଳେ ଗଣ୍ଡଗୋଳ । -
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା । -
ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । -
ହରିୟାଣାର ସୋନିପତ ଜିଲ୍ଲାରେ ଭୂମିକମ୍ପ ଝଟକା। -
ଧରାପୃଷ୍ଠକୁ ଅବତରଣ କରିବେ ମାଆ ଜଗତଜନନୀ ।
