ଆସନ୍ତା ଚାରି ଦିନ ପ୍ରବଳ ବର୍ଷା

ସତ୍ୟଶିଖା(ଭୁବନେଶ୍ୱର) ୨୦.୦୭.୨୦୨୧:  ରାଜ୍ୟରେ ଖରା ଜାରି ରହିଛି। ଏହାସହ ପ୍ରବଳ ଗୁଳୁଗୁଳି ହେଉଛି। ତେବେ ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨୧ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଏହା ପ୍ରଭାବରେ ୨୨ ତାରିଖ ରାତି କିମ୍ବା ୨୩ ତାରିଖ ସକାଳ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବ। ଯାହା ଫଳରେ ବର୍ଷା ହେବାର ସମ୍ଭାବନା ରହିଛି।
କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦ୍ରର ସୂଚନା ମୁତାବକ ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ।

Exit mobile version