ସତ୍ୟଶିଖା ୧୯ .୦୯.୨୦୨୦ : ଲଘୁଚାପ ଯୋଗୁଁ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ସାରାରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏଥିଯୋଗୁଁ ବନ୍ୟା ପରିସ୍ଥିତି ମଧ୍ୟ ଉପୁଜିପାରେ । ସେହିପରି ଭୂ-ସ୍ଖଳନ, ତଳିଆ ଅଞ୍ଚଳରେ ପାଣି ଜମିବାର ଆଶଙ୍କାକୁ ମଧ୍ୟ ଏଡ଼ାଇ ଦିଆଯାଇ ନପାରେ । ତେଣୁ ଯେକୌଣସି ପ୍ରତିକୂଳ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ସ୍ଵତନ୍ତ୍ର ରିଲିଫ୍ କମିସନର୍ ପ୍ରଦୀପ ଜେନା ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।
ଏହି ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସେହିଦିନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୨ ତାରିଖ ଦିନ ବର୍ଷାର ପରିମାଣ କମିଯିବ । କେବଳ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ନବରଙ୍ଗପୁର ଆଦି ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ସମୟରେ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।