ଆଜିଠୁ ପ୍ରବଳ ବର୍ଷା, ୨୧ ଯାଏ ଛେଚିବ

ସତ୍ୟଶିଖା( ଭୁବନେଶ୍ୱର )୧୯.୦୯ . ୨୦୨୨: ଉତ୍ତର ବଙ୍ଗୋପସାଗର ଓ  କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା  ତାହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ରର ରୂପ ନେବ। ଘୁର୍ଣ୍ଣିବଳୟ ପ୍ରଭାବରେ ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଥିବା ବେଳେ ଆଜି ବର୍ଷାର ପରିମାଣ ବଢ଼ିବ । ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ଅତି ପ୍ରବଳ ବର୍ଷା ଜାରି ରହିବାର ଆଶଙ୍କା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଘୁର୍ଣ୍ଣିବଳୟ ପ୍ରଭାବରେ ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି । ଅନେକ ସ୍ଥାନରେ ପାଗ ମେଘୁଆ ରହିଛି ।  ଏପରି ସ୍ଥିତିରେ ଆଜି  ବର୍ଷାର ପରିମାଣ ଆହୁରି ବଢ଼ିବ ବୋଲି ଅନୁମାନ କରାଯାଇଛି। ଏଥିଲାଗି ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଏବଂ ପୁରୀ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି  । ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜରା କରାଯାଇଛି।

ଆସନ୍ତା ୨୧ ଯାଏଁ ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ତେଣୁ ଆଗାମୀ ୭୨ ଘଣ୍ଟା ଯାଏଁ ରାଜ୍ୟରେ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ ଚେତାବନୀ ଜାରି କରାଯାଇଛି।

Exit mobile version