ନ୍ୟୁଜ୍ରାଜ୍ୟ

ରାଜ୍ୟରେ ପ୍ରବଳ ବର୍ଷା ଆଜିଠୁ ତିନି ଦିନ ଧରି l

ସତ୍ୟଶିଖା ( ଭୂବନେଶ୍ୱର ) ୦୯.୦୮.୨୦୨୦ :  ଉତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ତେବେ ଏହି  ଘୁର୍ଣିବଳୟର ପ୍ରଭାବରେ ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଯାହାଦ୍ୱାରା  ଆଜିଠୁ ତିନି ଦିନ ଧରି ରାଜ୍ୟରେ ବର୍ଷା ହେବା ସମ୍ଭାବନା ରହିଛି । କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତେବେ ଦକ୍ଷିଣ ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି କହିଛି କେନ୍ଦ୍ର । ଲଘୁଚାପ ଯୋଗୁଁ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି କଳାହାଣ୍ଡି, ବଲାଙ୍ଗୀର, ବରଗଡ, ବୌଦ୍ଧ, କନ୍ଧମାଳ, କୋରାପୁଟ, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ ଓ ମୟୂରଭଂଜ ଜିଲ୍ଲାର ଅଧିକ ବର୍ଷା ହୋଇପାରେ । ବୌଦ୍ଧ, ଗଂଜାମ, କନ୍ଧମାଳ, କଟକ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଖୋର୍ଦ୍ଧାରେ ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି ।

 

Show More
Back to top button