ନ୍ୟୁଜ୍

ରାଜ୍ୟରେ ଆଉ ୪ ଦିନ ପ୍ରବଳ ବର୍ଷା l

ସତ୍ୟଶିଖା ( ଭୁବନେଶ୍ୱର ) ୦୩ /୧୦/୨୦୨୦ :  ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା । ଲଘୁଚାପ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଜାରି ରହିଛି । ଆଉ ୪ ଦିନ ଏମିତି ପାଗ ଲାଗି ରହିବ । ବର୍ଷାର ପରିମାଣ ବଢ଼ିବ ଓ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଜିଲ୍ଲାଗୁଡ଼ିକ ହେଲା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବାକୁ କେନ୍ଦ୍ର ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ଲଘୁଚାପ ବର୍ତ୍ତମାନ ଉତ୍ତର-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଏବଂ ଓଡ଼ିଶା ତଥା ଉତ୍ତର ଆନ୍ଧ୍ର ଉପକୂଳ ଅଞ୍ଚଳରେ ଏହା ସକ୍ରିୟ ରହିଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୫.୮କିମି ଯାଏ ବ୍ୟାପିଛି । ଏହାସହ ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ଛତିଶଗଡ଼ ତଥା ଏହାର ସଂଲଗ୍ନ ଅଞ୍ଚଳରେ ରହିଛି । ଏହା ସମୁଦ୍ର ପତ୍ତନଠାରୁ ୭.୬ କିମି ଯାଏ ବ୍ୟାପିଛି ।

ଲଘୁଚାପ ସହ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ୧୨ଜିଲ୍ଲା ଯଥା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୪, ୫ ଓ ୬ ତାରିଖରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ତିନି ଦିନ ପାଇଁ କିଛି କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Show More
Back to top button