ସତ୍ୟଶିଖା ୧୧/୦୮/୨୦୨୫: ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ସମେତ ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି। ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ। ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ଗୁରୁବାର ବି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।
ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।