ସତ୍ୟଶିଖା ( ଭୁବନେଶ୍ୱର ) ୨୦ .୦୯.୨୦୨୦ : ରବିବାର ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଉତ୍ତରପୂର୍ବ ଉପକୂଳରେ ଲଘୁଚାପ ଯୋଗୁଁ ଆଜିଠୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼ ଏବଂ କଳାହାଣ୍ଡି । ସେହିଭଳି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେଗୁଡ଼ିକ ହେଲା ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।