

ସତ୍ୟଶିଖା (ଭୁବନେଶ୍ୱର) ୧୧/୧୨/୨୦୨୦ : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୪ ମୃତକଙ୍କ ମଧ୍ୟରେ ବରଗଡ, ଖୋର୍ଦ୍ଧା, ମାଲକାନଗିରି ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୩୦୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୦୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୭୮୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୯୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୩୧୨୭୦୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।