ରାଜ୍ୟ

ସୀମା ବିବାଦକୁ ନେଇ ଗୃହ କମିଟି ବୈଠକ

ସତ୍ୟଶିଖା(ଭୁବନେଶ୍ୱର ) ୨୬.୦୮ .୨୦୨୧:  ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅ୍ମକ୍ଷତରାରେ ଅନ୍ତଃରାଜ୍ୟ ସୀମା ବିବାଦ ସମ୍ବନ୍ଧୀୟ ଗୃହ କମିଟି ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସୀମାରେ ଥିବା କୋରାପୁଟ ଜିଲ୍ଲାର ୨୧ଟି କୋଟିଆ ଗ୍ରାମପୁଞ୍ଜର ସମସ୍ୟା ବାବଦରେ ଆଲୋଚନା ହୋଇଥିଲା । ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ଉନ୍ନତିମୂଳକ କାର୍ଯ୍ୟକ୍ରମ ଏହି ଗ୍ରାମ ଗୁଡ଼ିକରେ କରାଯାଇଛି । ସରକାରୀ ଅଧିକାରୀମାନେ ସେମାନଙ୍କ ସହ ନିରନ୍ତର ଯୋଗାଯୋଗ ସ୍ଥାପନ କରି ସେମାନଙ୍କୁ ସୁବିଧା ଯୋଗାଇ ଦେଉଛନ୍ତି ବୋଲି କୋରାପୁଟ ଜିଲ୍ଲାପାଳ ଗୃହ କମିଟିକୁ ଅବଗତ କରିଥିଲେ । ବୈଠକରେ ଉପବାଚସ୍ପତି ରଜନୀକାନ୍ତ ସିଂ, ସରକାରୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ଅମର ଶତପଥୀ ଯୋଗ ଦେଇଥିବା ବେଳେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ବିଧାୟକ ଭୂପିନ୍ଦର ସିଂହ, ମୋହନ ଚରଣ ମାଝୀ, ନୃସିଂହ ଚରଣ ସାହୁ, ନାଉରି ନାଏକ, କେ ନାରାୟଣ ରାଓ ପ୍ରମୁଖ ଭିଡିଓ କନ‘ରେନ୍ସିଂ ମା୍ମମରେ ଅଂଶ ଗ୍ରହଣ କରିଥିଲେ । ରାଜ୍ୟ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ଦକ୍ଷିଣାଞ୍ଚଳ ଆରଡିସି ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ

Show More
Back to top button