ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ମୁଁ ଆଗରୁ ଜାଣିଥିଲି: ନବୀନ

ସତ୍ୟଶିଖା(ଭୁବନେଶ୍ୱର)୨୨.୦୬. ୨୦୨୨ : ଓଡ଼ିଶାର ଦ୍ରୌପଦୀ ମୁର୍ମୁ  NDAର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ବେଳେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ ହେବା ପ୍ରତିଟି ଓଡ଼ିଆଙ୍କ ପାଇଁ  ଗର୍ବ ଓ ଗୌରବର ମୁହୂର୍ତ୍ତ ବୋଲି  ଟ୍ୱିଟ କରିଛନ୍ତି ନବୀନ । ହେଲେ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟରୁ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥିତ୍ୱ ସମ୍ପର୍କରେ ସେ ପୂର୍ବରୁ ଜାଣି ସାରିଥିବା ସଙ୍କେତ ମିଳିଛି।

ନିଜ ଟ୍ୱିଟରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଦେଶର ସର୍ବୋଚ୍ଚ ପଦବୀ ପାଇ ଏନଡିଏ ପକ୍ଷରୁ ପ୍ରାର୍ଥିନୀ ହୋଇଥିବା ଶ୍ରୀମତୀ ଦ୍ରୋପଦୀ ମୁର୍ମୁଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ମାନ୍ୟବର ପ୍ରଧାନମନ୍ତ୍ରୀ ଏନେଇ ମୋ ସହ ଆଲୋଚନା କରିବା ବେଳେ ବହୁତ ଖୁସି ହୋଇଥିଲି। ଏଥିସହ ସେ ଟ୍ୱିଟ କରିଛନ୍ତି, ମୋର ବିଶ୍ୱାସ ଶ୍ରୀମତୀ ମୁର୍ମୁ ମହିଳା ସଶକ୍ତିକରଣ କ୍ଷେତ୍ରରେ ସାରା ଦେଶରେ ନୂଆ ଉଦାହରଣ ସୃଷ୍ଟି କରିବେ । ଏଥିରୁ ସ୍ପଷ୍ଟ ଯେ ମୋଦିଙ୍କ ସହ ଆଲୋଚନା ବେଳେ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ନେଇ ନବୀନଙ୍କୁ ଅବଗତ କରାଯାଇଥିଲା । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାର ଏହି ଆଦିବାସୀ ନେତ୍ରୀ ଝାଡ଼ଖଣ୍ଡ ରାଜ୍ୟପାଳ ଭାବେ ନିଜ କାର୍ଯ୍ୟକାଳ ସଫଳତାର ସହ ଶେଷ କରିପାରିଥିବା ସେ ନିଜ ଟ୍ୱିଟରେ ଉଲ୍ଲେଖ କରିଛନ୍ତି।

Exit mobile version