

ସତ୍ୟଶିଖା(ନୂଆଦିଲ୍ଲୀ ) ୦୩.୦୬.୨୦୨୧: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୩୪ ଲକ୍ଷକୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାର ତଳେ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୪,୧୫୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୮୮୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୪,୪୧,୯୮୬ ଓ ମୃତ୍ୟୁସଂଖ୍ୟା ୩,୩୭,୯୮୯ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୧୧,୪୯୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୩,୯୦,୫୮୪ରେ ପହଞ୍ଚିଛି । ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭,୧୩,୪୧୩ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୨,୧୦,୪୩,୬୯୩ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨ ତାରିଖ ସୁଦ୍ଧା ସମୁଦାୟ ୩୫,୩୭,୮୨,୬୪୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୧,୫୯,୮୭୩ଟି ନମୁନା।