

ସତ୍ୟଶିଖା ( ଭୁବନେଶ୍ୱର )୨୨ /୧୧ /୨୦୨୧: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୧୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୮ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୭୩ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୩୪ ଜଣ ରହିଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବାହାରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୭୬ଜଣ, ଅନୁଗୁଳର ୁ୧, ବାଲେଶ୍ୱରରୁ ୫, ବରଗଡରୁ ୧, ବୌଦ୍ଧରୁ ୩, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୭, ଜଗତସିଂହପୁରରୁ ୧, ଯାଜପୁରରୁ ୭, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୧, ମୟୂରଭଞ୍ଜରୁ ୫, ପୁରୀରୁ ୫, ରାୟଗଡାରୁ ୧, ସୋନପୁରରୁ ୧, ସୁନ୍ଦରଗଡରୁ ୫, ଓ ରାଜ୍ୟପୁଲରୁ ୧୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୭ହଜାର ୧୭୪କୁ ବୃଦ୍ଧି ପାଇଛି ।