ସତ୍ୟଶିଖା (କଟକ) ୧୩/୦୧/୨୦୨୧ : ଆସନ୍ତାକାଲି ମକର ସଂକ୍ରାନ୍ତି । ଏହି ଦିନ ଲୋକେ ମକର ଚାଉଳ ଖାଇବା ସହ ଗୁଡ଼ି ଉଡ଼ାଇଥାନ୍ତି । ତେବେ ଗୁଡ଼ିରେ ଲାଗୁଥିବା ଚାଇନିଜ ମାଞ୍ଜା ସୂତା ପାଇଁ ଅନେକ ଦୁର୍ଘଟଣା ଘଟୁଥିବାରୁ ଏହାର ବିକ୍ରି ଉପରେ କଟକଣା ଲଗାଇଛନ୍ତି କଟକ ମହାନଗର ନିଗମ(ସିଏମସି) । ଏହାର ବିକ୍ରି ଏବଂ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଯାଇଥିବା ସହ ସହରର ବିଭିନ୍ନ ଦୋକାନ ଯାଞ୍ଚ ପାଇଁ ୩ଟି ଟିମ ଗଠନ କରାଯାଇଛି । ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସିଏମସି ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନରେ କୁହାଯାଇଛି ।
କଟକରେ ଚାଇନିଜ ମାଞ୍ଜା ସୂତା ବିକ୍ରି ଉପରେ ଲାଗିଲା କଟକଣା
