ସତ୍ୟଶିଖା( ନୂଆଦିଲ୍ଳୀ) ୧୯.୧୧.୨୦୨୧: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ରୁ କିଛି କମ୍ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୧୦୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୫୯ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୪,୮୯,୬୨୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୪୫୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୫,୦୮୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୭୮୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୮,୯୭,୯୨୨। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୨୬,୬୨୦।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ୧,୧୫,୧୪,୭୬,୭୯୩ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ପ୍ରାୟ ୬୫ ଲକ୍ଷ ଡୋଜ୍ ଟିକା। ସମୁଦାୟ ଜନତାଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୭୫,୯୯,୪୯,୭୪୩ ଜଣ ପ୍ରଥମ ଡୋଜ୍ ଟିକା ନେଇଥିବା ବେଳେ ୩୯,୧୫,୨୭,୦୫୦ ଜଣ ଦ୍ବିତୀୟ ଡୋଜ୍ ଟିକା ନେଇଛନ୍ତି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୨,୯୩,୮୭,୫୪୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧,୩୮,୬୯୯ଟି ନମୁନା।