ଦେଶସ୍ୱାସ୍ଥ୍ୟ

ଦେଶରେ ୨୪ ଘଣ୍ଟାରେ ୩୫,୪୯୯ ଆକ୍ରାନ୍ତ ଚିହ୍ନଟ, ୪୪୭ ମୃତ

ସତ୍ୟଶିଖା(ନୂଆଦିଲ୍ଲୀ) ୦୯.୦୮ .୨୦୨୧: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୩୫ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪ ଶହରୁ କମ୍ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୫,୪୯୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୪୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୧୯,୬୯,୯୫୪ ଓ ମୃତ୍ୟୁସଂଖ୍ୟା ୪,୨୮,୩୦୯ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୯,୬୮୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୧,୩୯,୪୫୭ରେ ପହଞ୍ଚିଛି।

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୨, ୧୮୮।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ୨୪ଘଣ୍ଟାରେ ୧୬,୧୧,୫୯୦ଜଣଙ୍କୁ ଟିକା ଦିଆଯାଇଛି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ମୋଟ ୫୦,୮୬,୬୪,୭୫୯ ଜଣଙ୍କୁ ଟିକା ଦିଆଯାଇସାରିଛି।

Show More
Back to top button