ଦେଶନ୍ୟୁଜ୍ସ୍ୱାସ୍ଥ୍ୟ

ଦେଶରେ ୨୪ ଘଣ୍ଟାରେ ୫,୩୨୬ ସଂକ୍ରମଣ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୫୩

ସତ୍ୟଶିଖା(ନୂଆଦିଲ୍ଲୀ) ୨୧.୧୨.୨୦୨୧:  ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୫ ହଜାର ଉପରେ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ଶହରୁ କିଛି ଅଧିକ ରହିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୩୨୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୫୩ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୭,୫୨,୧୬୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୫୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୮,୦୦୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮,୦୪୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୧,୯୫,୦୬୦। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭୯,୦୯୭। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୩୮,୩୪,୭୮,୧୮୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Show More
Back to top button