ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ରାଜ୍ୟରେ ୬୦୨ କରୋନା ପଜିଟିଭ୍ ଚିହ୍ନଟ

ସତ୍ୟଶିଖା(ଭୁବନେଶ୍ୱର )୩୦.୦୯ .୨୦୨୧:  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୯୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୧ ଜଣ, ବାଲେଶ୍ୱରରୁ ୨୧ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୫ ଜଣ, କଟକରୁ ୫୪ ଜଣ,  ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧୪ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୨୪ ଜଣ, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳରୁ ୧ ଜଣ  କେନ୍ଦ୍ରାପଡ଼ାରୁ ୬ ଜଣ, କେଉଁଝରରୁ ୭ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୪ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୬, ୪୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦,୧୨,୫୮୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୬୪୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Show More
Back to top button