ସତ୍ୟଶିଖା( ଭୁବନେଶ୍ୱର )୦୬.୦୬. ୨୦୨୨ : ଗତକାଲି ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୪ଟି ଜିଲ୍ଲାରୁ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ
