ସତ୍ୟଶିଖା (ଭୁବନେଶ୍ୱର) ୨୧.୧୨.୨୦୨୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୪ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୧ଜଣ, କଟକରୁ ୧୪ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ମୟୂରଭଞ୍ଜରୁ ୧ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।