ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ

ସତ୍ୟଶିଖା( ଭୁବନେଶ୍ୱର )୧୭ .୦୮. ୨୦୨୨: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୩୫୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୩୫୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୧୩୯୪ ଜଣ ସୁସ୍ଥ ହୋଇଛନ୍ତି ।

Show More
Back to top button