ପୁଣି ବଢିଲା ସଂକ୍ରମଣ : ଗୋଟିଏ ଦିନରେ ଆଉ ୧୬୧ ପଜିଟିଭ ଚିହ୍ନଟ

ସତ୍ୟଶିଖା( ଭୁବନେଶ୍ୱର )୨୯.୦୬. ୨୦୨୨:  ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଗୋଟିଏ ଦିନରେ ଆଉ ୧୬୧ ପଜିଟିଭ  ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୯୫, ସ୍ଥାନୀୟ ଅଞ୍ଚଳରୁ ୬୬, ୧୮ ବର୍ଷରୁ କମ୍ ବୟସର ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୦ ଓ କଟକରୁ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୯ ହଜାର ୬୦୨କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଆଉ ୪୯ ଜଣ ସୁସ୍ଥ ହେବା ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୭୯୪ରେ ପହଞ୍ଚିଛି । ରାଜ୍ୟରେ ଏବେ ୬୨୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Exit mobile version