

ସତ୍ୟଶିଖା(ଭୁବନେଶ୍ୱର) ୧୩.୧୧.୨୦୨୧: ରାଜ୍ୟରେ ଧୀରେ ଧୀରେ ହ୍ରାସ ହେଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୨୪୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୨୦୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୪ ଜଣ କ୍ୱାରେଣ୍ଟାଇନକରୁ ଚିହ୍ନଟ ହୋଇଥିବା ବେଳେ ୧୦୩ ଜଣ ଲୋକାଲ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟଲର ୩୭ ଜଣ ପଜିଟିଭ ରହିଛନ୍ତି ।
ବାଲେଶ୍ୱରରୁ ୨, ବରଗଡରୁ ୧, ଭଦ୍ରକରୁ ୨, କଟକରୁ ୨୨, ଦେବଗଡରୁ ୭, ଢେଙ୍କାନାଳରୁ ୨, ଗଜପତିରୁ ୨, ଜଗତସିଂହପୁରରୁ ୯, ଯାଜପୁରରୁ ୮, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୭, ଖୋର୍ଦ୍ଧାରୁ ୧୧୫, କୋରାପୁଟରୁ ୩, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୧୨, ପୁରୀରୁ ୨, ରାୟଗଡାରୁ ୧, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୮ ଓ ଷ୍ଟେଟ ପୁଲରୁ ୨୬ ଜଣ ରହିଛନ୍ତି ।
ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୨୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୯୦ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୦୩୩୯୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।