୨କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡିଯାଇଥିବା ସୂଚନା


ସତ୍ୟଶିଖା (ଭୁବନେଶ୍ୱର ) ୨୬.୧୦.୨୦୨୩ : ନୟାଗଡ ସହରର ଖଣ୍ଡପଡା ରୋଡରେ ଥିବା ଶ୍ରୀ ଶ୍ୟାମ୍ ଗାର୍ମେଣ୍ଟ ସୋରୁମରେ ଅଗ୍ନିକାଣ୍ଡ । ବିଳମ୍ବିତରେ ନିଆଁ ଲାଗିଥିବା ଅନୁମାନ । ନିଆଁ ଲିଭାଇବାରେ ୪ଟି ଦମକଳ ଏବଂ ୩୦ଅଧିକ ଅଗ୍ନିଶମ କର୍ମଚାରୀ ନିୟୋଜିତ ହୋଇ ନିଆଁକୁ ଆୟତ୍ତ କରିଥିବା ବେଳେ ୨କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡିଯାଇଥିବା ମାଲିକଙ୍କ ସୂଚନା । ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ଅନୁମାନ । ସବୁଦିନପରି ଗତକାଲି ରାତି ୧୦ଟାରେ ଦୋକାନ ମାଲିକ ଏବଂ କର୍ମଚାରୀ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ । ରାତି ପ୍ରାୟ ୩ଟା ସମୟରେ ସ୍ଥାନୀୟ ଲୋକମାନେ ଦୋକାନରୁ ଧୁଆଁ ବାହାରୁଥିବା ଦେଖି ମାଲିକଙ୍କୁ ଖବର ଦେଇଥିଲେ । ପରେ ଅଗ୍ନିଶମ ବାହିନୀ ଖବରପାଇ ଘଟଣାସ୍ଥଳକୁ ଆସିଥିଲେ ।
ତେବେ ଦୋକାନ ସଂପୂର୍ଣ୍ଣ ବନ୍ଦ ଥିବାରୁ ନିଆଁ ଆୟତ କରିବା କଷ୍ଟକର ହୋଇପଡିଥିଲା । ନୟାଗଡ, ନୂଆଗାଁ, ଖଣ୍ଡପଡାରୁ ୪ଦମକଳ ଗାଡି ଏବଂ ୩୦ରୁ ଅଧିକ ଅଗ୍ନିଶମ କର୍ମଚାରୀ ନିଆଁଲିଭାରେ ନିୟୋଜିତ ହୋଇଥିଲେ । ସୋରୁମର ଆକାର ବଡ ହୋଇଥିବାରୁ ଏବଂ ଭିତରୁ ଧୁଆଁ ଯୋରରେ ବାହାରୁଥିବାରୁ ନିଆଁ ଆୟତ କରିବାକୁ ୪ଘଣ୍ଟାରୁ ଅଧିକ ସମୟ ଲାଗିଥିଲା । ଏପରିକି ନିଆଁ ଲିଭାଇବା ପାଇଁ ଜେସିବି ଲଗାଇ ଦୋକାନଘର ଭାଙ୍ଗିବାକୁ ପଡିଥିଲା । ନିଆଁ କିପରି ଲାଗିଲା ସେ ସମ୍ପର୍କରେ ପରେ ଜଣାପଡିବ ବୋଲି ଫାୟାର ଅଫିସର୍ କହିଥିବାବେଳେ ସିଲିଙ୍ଗରୁ ସର୍ଟସର୍କିଟ ହୋଇ ନିଆଁ ଲାଗିଥିବା ଅନୁମାନ କରାଯାଉଛି ବୋଲି ଦୋକାନ ମାଲିକ କହିଛନ୍ତି ।