ନ୍ୟୁଜ୍
ଆହୁରି ବର୍ଷିବ, ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି l


ସତ୍ୟଶିଖା ( ଭୁବନେଶ୍ୱର ) ୦୫ .୦୮.୨୦୨୦ : ରାଜ୍ୟରେ ଦୁଇ ଦିନ ହେବ ବର୍ଷା ଲାଗି ରହିଛି । ଆହୁରି 24 ଘଣ୍ଟା ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ କହିଛି । ଉତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ । ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡ ଏବଂ ସୁନ୍ଦରଗଡ ଜିଲ୍ଲାରେ ଆସନ୍ତା ୨୪ ଘଂଟା ଜାରି ରହିବ ବର୍ଷା । ଏହି ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହାସହ କେନ୍ଦୁଝର, ଅନୁଗୁଳ, ନୂଆପଡା, ସୋନପୁର ଓ ବଲାଙ୍ଗୀର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକରେ ଅଳ୍ପ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତେବେ ଆସନ୍ତା ୨୪ଘଂଟା ମଧ୍ୟରେ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ କାରଣରୁ ରାଜାରେ ବର୍ଷାର ପରିମାଣ ବଢିବ ବୋଲି କୁହାଯାଇଛି ।