

ସତ୍ୟଶିଖା( ଭୁବନେଶ୍ୱର )୧୬.୦୭ . ୨୦୨୨: ଲଘୁଚାପ ସକ୍ରିୟ ହେବା ପ୍ରଭାବରେ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଘଣ୍ଟା ପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସୋନପୁର ଭଳି ୧୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ୭ରୁ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି। ଲଗାଣ ବର୍ଷା ଯୋଗୁ ସାମୟିକ ଭାବେ ତଳିଆ ଅଞ୍ଚଳରେ ପାଣି ଜମିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।