ଆଜିଠୁ ଚାରି ଦିନ ବର୍ଷିବ, ସତର୍କ କଲା ପାଣିପାଗ କେନ୍ଦ୍ର

ସତ୍ୟଶିଖା(ଭୁବନେଶ୍ୱର ) ୨୧.୦୧.୨୦୨୨ : ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା  ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା  ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହୋଇପାରେ।
Exit mobile version