

ସତ୍ୟଶିଖା(ଭୁବନେଶ୍ୱର ) ୧୧.୦୮ .୨୦୨୧: ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ମୌସୁମୀ ଦୁର୍ବଳ ଥିଲେ ବି ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ଜିଲ୍ଲାଗୁଡିକ ହେଉଛି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର । ସେହିପରି ଯାଜପୁର, ଢେଙ୍କାନାଳ, ମୟୂରଭଂଜ, କେନ୍ଦୁଝର, ଅନୁଗୁଳ, ନୟାଗଡ଼, ଗଂଜାମ, ଗଜପତି, ରାୟଗଡ଼ା ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।
ଏହି ସବୁ ଜିଲ୍ଲାର ଜିଲ୍ଲାପାଳ ଓ ସବୁ ବିଭାଗକୁ ସତର୍କ ରହିବାକୁ SRC ଚିଠି ଲେଖିଛନ୍ତି । ଆଜି ଏବଂ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ବଢ଼ିବା ସମ୍ଭାବନା ରହିଛି । ଆସନ୍ତା ୧୩ ଏବଂ ୧୪ ତାରିଖରେ ଏହା ସାମାନ୍ୟ କମିପାରେ । ଏହା ପରେ ପୁଣି ବର୍ଷା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।