କାଲିଠୁ ପ୍ରବଳ ବର୍ଷିବ, ୬୫ କି.ମି. ବେଗରେ ବହିବ ପବନ

ସତ୍ୟଶିଖା( ଭୁବନେଶ୍ୱର )୧୧.୦୮ . ୨୦୨୨:  ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢ଼ିବ।  ୧୩ ଓ ୧୪ ତାରିଖରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୫ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ପ୍ରବଳ ବର୍ଷା ପ୍ରଭାବରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ଅକସ୍ମାତ ବନ୍ୟା, ତଳିଆ ଅଞ୍ଚଳରେ ପାଣି ଜମିବା ଭଳି ସ୍ଥିତି ଉପୁଜିପାରେ। ୧୩ ତାରିଖରୁ ୧୫ ଯାଏ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିବା ସହ ସର୍ବାଧିକ ୬୫ କିଲୋମିଟର ହୋଇପାରେ।
Exit mobile version