

ସତ୍ୟଶିଖା (ଭୁବନେଶ୍ୱର)୧୧.୦୧.୨୦୨୨: ଓଡ଼ିଆ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ପରଲୋକ । ମଲ୍ଟି ଅର୍ଗାନରେ ଫେଲୁଅର ରୋଗରେ ପୀଡ଼ିତ ଥିଲେ ମିହିର । କିଛି ଦିନ ତଳେ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ଥିଲେ ମିହିର । ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ମେଡିକାଲରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ବରିଷ୍ଠ ସିନେ ଅଭିନେତା ଭାବେ ସେ ବେଶ ଜଣାଶୁଣା ଥିଲେ । ତାଙ୍କର ଏକାଧିକ ଅଙ୍ଗ ଅକାମୀ ହୋଇଥିଲା । ମିହିରଙ୍କ ପରଲୋକରେ ଅଭିନୟ ଜଗତରେ ଶୋକ ଖେଳିଯାଇଛି ।
ତେବେ ଅନେକ ଲୋକପ୍ରିୟ ଫିଲ୍ମର ମୁଖ୍ୟ ଚରିତ୍ରରେ ଅଭିନୟ କରିଛନ୍ତି ମିହିର । ମିହିର ଦାସ ୧୯୭୯ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ । ୧୯୬୬ ମସିହା ଫେବୃଆରୀ ୨ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମ ହୋଇଥିଲେ ମିହିର ଦାସ । ପିଲାଟି ଦିନରୁ ଅଭିନୟ ଥିଲା ତାଙ୍କ ନିଶା ଓ ପେଶା । ସେ ପ୍ରାୟ ୧୦୦ଟି ଚଳଚ୍ଚିତ୍ରରେ ମୁଖ୍ୟ ଓ ସହ କଳାକାର ଭୂମିକାରେ ଅଭିନୟ କରିଛନ୍ତି ।