ରାଜ୍ୟ

୧୯ ଜିଲ୍ଲାରୁ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସବୁଠୁ ଅଧିକ

ଭୁବନେଶ୍ୱର(ସତ୍ୟଶିଖା): ରାଜ୍ୟର ୧୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୧ଟି ହେଉଛି ଲୋକାଲ କେସ୍। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଗଞ୍ଜାମରୁ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୪୦, ଖୋର୍ଦ୍ଧାରୁ୨୮, ବରଗଡ଼ରୁ ୧୦ ଓ ଜଗତସିଂହପୁରରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  କେନ୍ଦ୍ରାପଡ଼ା ଜିଲ୍ଲାରୁ ୮, ଗଜପତି, କଟକ, ନବରଙ୍ଗପୁର, କେନ୍ଦୁଝରରୁ ୭ଜଣ ଲେଖା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୬, ମୟୂରଭଞ୍ଜରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଢେଙ୍କାନାଳ, ନୟାଗଡ଼ରୁ ୩  ଜଣ ଲେଖା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଓ ଭଦ୍ରକରୁ ୨ଜଣ ଲେଖାଏ , ଝାରସୁଗୁଡ଼ା, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯ରେ ପହଞ୍ଚିଥିବା ବେଳେ ୪୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି। ରାଜ୍ୟର ବିଭିନ୍ନ ହସ୍ପିଟାଲରେ ୨୦୮୬ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

ଆହୁରି ପଢ଼ନ୍ତୁ



[ad_2]

Show More
Back to top button