ସତ୍ୟଶିଖା(ଭୁବନେଶ୍ୱର )୦୨.୧୦ .୨୦୨୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୮ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଳାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ ଲକ୍ଷ ୨୭ ହଜାର ୪୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୩୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧ ଲକ୍ଷ ୧୩ ହଜାର ୮୩୩ ଜଣ ସୁସ୍ଥ ହୋଇଛନ୍ତି ।
ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା
