ସତ୍ୟଶିଖା (ଭୁବନେଶ୍ୱର ) ୨୫.୧୦.୨୦୨୩ : ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି । ଆଶ୍ବିନ ମାସ ଶୁକ୍ଳପକ୍ଷ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଚାଲିବ । ଏହି ଏକ ମାସ ମହାପ୍ରଭୁଙ୍କ ସ୍ବତନ୍ତ୍ର ବାଳଭୋଗ ସହ ରାଧାଦାମୋଦର ବେଶ କରାଯିବ ।
ମଙ୍ଗଳଆରତୀ, ମଇଲମ, ତଡପଲାଗି, ଅବକାଶ ପରେ ରାଧାଦାମୋଦର ବେଶ, ଗୋପାଳବଲ୍ଲଭ, ସକାଳଧୂପ, ବାଳଧୂପ, ଭୋଗମଣ୍ଡପ, ମଧ୍ୟାହ୍ନଧୂପ ନୀତି ଅନୁଷ୍ଠିତ ହେବ । ଏହାପରେ ଦ୍ବିତୀୟ ଭୋଗମଣ୍ଡପ, ଦିବା ପହୁଡ ଏବଂ ସନ୍ଧ୍ୟା ଆରତୀ, ସନ୍ଧ୍ୟା ଧୂପ, ବଡସିଂହାରବେଶ ଆଦି ନୀତିନିର୍ଘଣ୍ଟ ଅନୁଯାଇ କରାଯିବ ।