ନ୍ୟୁଜ୍ରାଜ୍ୟ

୭ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ସତ୍ୟଶିଖା( ଭୁବନେଶ୍ୱର )୦୫.୦୯ . ୨୦୨୨:  ଆସନ୍ତା ୭ ତାରିଖ ସୁଦ୍ଧା ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ହୋଇପାରେ ଘୂର୍ଣ୍ଣିବଳୟ । ଏହାର ପରବରତ୍ତୀ ୪୮ ଘଣ୍ଟାରେ ନେଇପାରେ ଲଘୁଚାପ ରୂପ । ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୯ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ପୁରୀ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଆଦି ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ପାଣିପାଗ କେନ୍ଦ୍ର କହିଛି ଯେ  ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ ବୃଦ୍ଧି ପାଇବ। ସେ ଦିନ କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେହିଭଳି ୭ ତାରିଖ ଦିନ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଜଣାପଡ଼ିଛି । ୮ ତାରିଖରେ ଉପକୂଳ ସମେତ ରାଜ୍ୟର ପ୍ରାୟ ସ୍ଥାନରେ ପ୍ରବଳ ବର୍ଷିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିବା ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Show More
Back to top button