ରାଜ୍ୟ

ଆଉ ୩ ‘କରୋନା’ ଆକ୍ରାନ୍ତ ଚିହ୍ନଟ, ସେମାନେ କେଉଁ ଜିଲ୍ଲାରେ ପଢ଼ନ୍ତୁ

ଭୁବନେଶ୍ୱର(ସତ୍ୟଶିଖା): ଆଉ ୩ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୨ ଜଣ ବାଲେଶ୍ୱର ଜିଲ୍ଲାରେ ହୋଇଥିବା ବେଳେ ଅନ୍ୟ ଜଣେ ଜଗତସିଂହପୁର ଜିଲ୍ଲାରେ। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଛି। ଏନେଇ ରାଜ୍ୟ ଓ ସୂଚନା ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରିଛି।

ଆହୁରି ପଢ଼ନ୍ତୁ

ପୂର୍ବରୁ ବାଲେଶ୍ୱର ଜିଲ୍ଲାରେ ୨୫ ଜଣ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜି ପୁଣି ଦୁଇ ଜଣ ଆକ୍ରାନ୍ତ ହେଲେ ପୁରୁଷ। ସେମାନଙ୍କ ବୟସ ୨୬ ଓ ୨୯ ବର୍ଷ। ସେମାନେ ସୁରତରୁ ଫେରିବା ପରେ କ୍ୱାରେଣ୍ଟାଇନ୍‌ରେ ରହିଥିଲେ। ତାଙ୍କର ରକ୍ତ ଓ ସ୍ୱାବ୍‌ ଟେଷ୍ଟ ପରେ କରୋନା ହୋଇଥିବା ସ୍ପଷ୍ଟ ହୋଇଛି। ଏମାନଙ୍କୁ ମିଶାଇ ବାଲେଶ୍ୱର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭ରେ ପହଞ୍ଚିଛି। ଠିକ୍‌ ସେହିପରି ଗତକାଲି ଜଗତସିଂହପୁରରେ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜି ପୁଣି ଜଣେ ଆକ୍ରାନ୍ତ ହୋଇଛନ୍ତି। ସେ କୋଲକାତାରୁ ଫେରିଥିଲେ। ତାଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି। ମାତ୍ର ସେମାନେ କାହା ସଂସ୍ପର୍ଶରେ ଆସିଛନ୍ତି, ତାହା ଜଣାପଡ଼ି ନାହିଁ। ଦୁଇ ଜିଲ୍ଲା ପ୍ରଶାସନ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟୋରୀ ଯାଞ୍ଚ କରୁଛି।

ସୂଚନାରୁ ପ୍ରକାଶ, ଆଜି ସୁଦ୍ଧା ରାଜ୍ୟରେ ୨୦୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ୧୪୫ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ ବିଭିନ୍ନ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରେ ଅଛନ୍ତି।



[ad_2]

Show More
Back to top button