୧୯ ରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା, ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ସତ୍ୟଶିଖା( ଭୁବନେଶ୍ୱର )୧୭.୦୯ . ୨୦୨୨: ୧୮ରେ ଘୂର୍ଣ୍ଣିବଳୟ, ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ। ୧୮ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା। ଉତ୍ତର ପଶ୍ଚିମ ତଥା ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ମିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ସେହି ଅଞ୍ଚଳରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଏବଂ ୧୯ ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ୧୮ ତାରିଖରେ ପ୍ରବଳବର୍ଷା ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Exit mobile version