

ସତ୍ୟଶିଖା(କୋଲକାତା ) ୨୨.୦୫.୨୦୨୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ନନ୍ଦୀଗ୍ରାମରୁ ଲଢି ପରାଜିତ ହେବାପରେ ଏବେ ଭବାନୀପୁରରୁ ବିଧାନସଭା କ୍ଷେତ୍ରରୁ ନିର୍ବାଚନ ଲଢିବେ। ସେଥିପାଇଁ ଏହି ଆସନରୁ ବିଧାୟକ ହୋଇଥିବା ଟିଏମସି ନେତା ଶୋଭନ ଦେବ ଆଜି ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ଭବାନୀପୁର ମମତା ବାନାର୍ଜୀଙ୍କର ପାରମ୍ପାରିକ ଆସନ। ଏବେ ପୁଣିଥରେ କର୍ମଭୂମୀ ଭବାନୀପୁରରୁ ନିର୍ବାଚନ ଲଢ଼ିବାକୁ ସେ ନିଷ୍ପତ୍ତି ନେଇଛନ୍ତି। ଅନପକ୍ଷରେ ଶୋଭେନଦେବ ଚଟ୍ଟୋପାଧ୍ୟାୟ ବିଧାୟକ ପଦବୀରୁ ଇସ୍ତଫା ଦେଇଥିଲେ ହେଁ କୃଷି ମନ୍ତ୍ରୀ ପଦରେ ରହିବେ।
ଶୋଭନ ଦେବ କହିଛନ୍ତି ମମତା ବାନାର୍ଜୀଙ୍କୁ ୬ ମାସ ମଧ୍ୟରେ ରାଜ୍ୟର ଯେ କୌଣସି ଆସନରୁ ଜିତି ବିଧାନସଭାର ସଦସ୍ୟ ହେବାକୁ ପଡିବ। ତାଙ୍କ ଆସନରୁ ପ୍ରତିଦ୍ୱନ୍ଦିତା କରି ମୁଁ ବିଜୟୀ ହୋଇଥିଲି। ‘ମୁଁ ଏଥିପାଇଁ ଇସ୍ତଫା ଦେଉଛି ଦିଦି ସହଜରେ ବିଧାନସଭା ନିର୍ବାଚନ ଜିତନ୍ତୁ ଓ ମୁଖ୍ୟମନ୍ତ୍ରୀ ଭାବେ ପଶ୍ଚିମବଙ୍ଗବାସୀଙ୍କ ସେବା କରନ୍ତୁ।
୨୦୧୧ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ବେଳେ ସମାନ ସ୍ଥିତି ଦେଖିବାକୁ ମିଳିଥିଲା। ଭବାନୀପୁର ଆସନରୁ ତୃଣମୂଳ କଂଗ୍ରେସ ଟିକେଟରୁ ସୁବ୍ରତ ବକ୍ସି ନିର୍ବାଚିତ ହୋଇଥିଲେ ହେଁ ସେ ଇସ୍ତଫା ଦେଇଥିଲେ। ପରେ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ଥାଇ ଭବାନୀପୁର ଆସନରୁ ନିର୍ବାଚନ ଲଢି ବିଧାନସଭାର ସଦସ୍ୟ ହୋଇଥିଲେ।