ସତ୍ୟଶିଖା(ଭୁବନେଶ୍ୱର )୧୬.୧୦ .୨୦୨୧: ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ମୃତ୍ୟୁ ଘଟଣାରେ ନୂଆ ମୋଡ । କମିଶନରେଟ୍ ପୋଲିସକୁ ପୋଷ୍ଟମର୍ଟମ ରିପୋର୍ଟ ହସ୍ତାନ୍ତର କଲା ଏମ୍ସ । ତେବେ ପାଣିରେ ବୁଡିବା ପୂର୍ବରୁ ମନୀଷଙ୍କ ମୃତ୍ୟୁ ହୋଇଥିବା ପୋଷ୍ଟମର୍ଟମ ରିପୋର୍ଟରେ ଉଲ୍ଲେଖ ରହିଛି । ଏମିତିକି ଅତ୍ୟଧିକ ମଦ୍ୟପାନ କିମ୍ବା ହୃଦଘାତରୁ ମୃତ୍ୟୁ ଘଟିଥିବା ମଧ୍ୟ ରିପୋର୍ଟରେ ଦର୍ଶାଯାଇଛି ।
ସେପଟେ ମନୀଷ ମୃତ୍ୟୁ ମାମଲାରେ ୩ ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । ଗିରଫ ଅଭିଯୁକ୍ତ ହେଲେ ଦୀନେଶ ମହାପାତ୍ର ଓରଫ ଲିଟୁ, ମୃତ୍ୟୁଞ୍ଜୟ ମିଶ୍ର ଓରଫ ମୁନା ଓ ଅମ୍ରିତ ବିଶ୍ବାଳ । ମନୀଷଙ୍କୁ ହତ୍ୟା, ଷଡଯନ୍ତ୍ର ଓ ପ୍ରମାଣ ନଷ୍ଟ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଶନିବାର ସମସ୍ତ ଗିରଫଙ୍କୁ କୋର୍ଟ ଚାଲାଣ କରାଯିବ ।
ମନୀଷ ଅନୁରାଗ ମୃତ୍ୟୁ ଘଟଣାର ୩ ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । ମନୀଷଙ୍କ ମୃତ୍ୟୁ ରହସ୍ୟ ଭେଦ କରିବାକୁ ୪ ଜଣଙ୍କୁ ଅଟକ ରଖି ମାରାଥନ୍ ଜେରା କରୁଥିଲା ସ୍ପେଶାଲ ସ୍କ୍ବାର୍ଡ । ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଅଟକ ଥିବା ଅନ୍ୟ ଜଣଙ୍କୁ ପ୍ରମାଣ ଅଭାବରୁ ଛାଡିଛି ପୋଲିସ ।