ନ୍ୟୁଜ୍ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ପୂଜା ଭେଟି; ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା 11% ବୃଦ୍ଧି

ସତ୍ୟଶିଖା ( ଭୁବନେଶ୍ୱର )୦୮/୧୦ /୨୦୨୧:  ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହଙ୍ଗା ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଘୋଷଣା କରିଛନ୍ତି। ବର୍ତ୍ତମାନ ମହଙ୍ଗା ଭତ୍ତା 17%ରୁ ବଢ଼ି 28%ରେ ପହଞ୍ଚିଛି ।

ଏ ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ । ଅକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ 1/7/2021ରୁ ପିଛିଲା ଭାବରେ 11% ମହଙ୍ଗା ଭତ୍ତା ଲାଗୁ ହେବ । ଏହା ଅକ୍ଟୋବରରୁ ଲାଗୁ ହେବା ସହ ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

 

Show More
Back to top button