ସୋମବାର ରାଶିଫଳ : ଆସନ୍ତୁ ଜାଣିବା ଆପଣଙ୍କ ଆଜିର ଦିନ କିପରି କଟିବ l


ସତ୍ୟଶିଖା ( ସୋମବାର ) ୨/୧୧/୨୦୨୦ :
ମେଷ – ବାକଅଧିପତି ଶନିଙ୍କ ନକ୍ଷତ୍ରରେ ରହିଥିବାରୁ ବିଭିନ୍ନ ପ୍ରକାର ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ । ସାମାଜିକ କ୍ଷେତ୍ରରେ ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ୱିତ ହେବାରେ ବନ୍ଧୁ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ଧଳl । ଶୁଭ ଅଙ୍କ ୮ ।
ବୃଷ – ସହକର୍ମୀଙ୍କ ସହାୟତାରେ ସାମାଜିକ କ୍ଷେତ୍ରରେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ଅଫିସ୍ ରେ କାମର ଚାପ ପ୍ରଭାବରୁ ଟେନସନ୍ କିଛି ମାତ୍ରାରେ ଲାଗି ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ମିଥୁନ – ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେ କରିବେ । ଯେଉଁ କାମଟିକୁ ଆଜି ଯାଏ ଆପଣ କରି ପାରୁ ନ ଥିଲେ ଆଜି ମଧ୍ୟାହ୍ନ ପରେ ତାହା ସୁବିଧାରେ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
କର୍କଟ – ଆଜି ଆପଣ ପ୍ରତିବନ୍ଧକ ମଧ୍ୟରେ ପରିସ୍ଥିତି ସହ ଲଢେଇ କରି କାମ ହାସଲ କରିପାରିବେ । ଗତକାଲି ଠାରୁ ଆଜି ଯାହା କରିବା ପାଇଁ ଚିନ୍ତା କରିଥିଲେ ସେଥିରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ସିଂହ – ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ । ବ୍ୟବସାୟ, ସଂଗଠନ, ପ୍ରଶାସନ, ଗଣ ଯୋଗାଯୋଗ ପାଇଁ ଦିନଟି ଖରାପ । ଉଚ୍ଚପଦାଧିକାରୀଙ୍କ ସାମୟିକ କ୍ରୋଧରୁ କିଛିଟା ହାଇରାଣ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
କନ୍ୟା – ଆଜି ଆକସ୍ମିକ ସ୍ୱାସ୍ଥ୍ୟହାନି ସାଙ୍ଗକୁ ବିଭିନ୍ନ ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ । ବିଷମ ପରିସ୍ଥିତିରେ ବନ୍ଧୁଙ୍କ ଠାରୁ ସହ-ଯୋଗର ଆଶା ନିରର୍ଥକ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ତୁଳା – ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବ । ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହୋଇପାରେ । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ ସମସ୍ୟା ପ୍ରାୟତଃ ଆଗକୁ ବଢିପାରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ବିଛା – ଅଯଥା ଭୟ, ଆଶଙ୍କା ଓ ଉଦ୍ବେଗ ମଧ୍ୟରେ ଦିନଟିକୁ କଟାଇବେ । ଯାହାଙ୍କ ଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇ ମନ ଭଲ ରହିବ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଧନୁ – ପାରିବାରିକ ଅଶାନ୍ତି ରହିଥିଲେ ମଧ୍ୟ ପରିସ୍ଥିତିକୁ ଆଖି ଆଗରେ ରଖି କାମ କଲେ କୌଣସି ଅସୁବିଧା ହେବ ନାହିଁ । ଅବଶ୍ୟ କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ସାହାର୍ଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ମକର – ନିଜ ସହ ଆଦୌ ପଡୁ ନ ଥିବା ଲୋକମାନେ ଗୁଣଗାନ୍ କରିବା ବଦଳରେ ନିନ୍ଧା କରିବେ । ଘରୋଇ କଥାରେ ଅଯଥା ମୁଣ୍ଡ ପୂରାନ୍ତୁ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
କୁମ୍ଭ – ବନ୍ଧୁଙ୍କ ସହ ଶତ୍ରୁତା, ପୁଅ ଝିଅଙ୍କ ବାହାଘର ସମସ୍ୟାଜନିତ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିବ । ତଥାପି ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୂର୍ବ ବନ୍ଧୁ କିଛି ଖବର ନେଇ ଆସିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ମୀନ – ପାରିବାରିକ ସ୍ଥିରତା ଓ କର୍ମକ୍ଷେତ୍ରର ସ୍ଥିତି ପ୍ରାୟତଃ ଅକ୍ଷୁଣ୍ଣ ରହିବ । କୌଣସି ଅଜଣା ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ । ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।