ଋଷିଆରୁ ଆସିଛି ଭଲ ଖବର l


ସତ୍ୟଶିଖା (ନୂଆଦିଲ୍ଲୀ) ୧୯ .୦୯.୨୦୨୦ : ବିଶ୍ୱର ପ୍ରଥମ କରୋନା ଟିକା ବାହାର କରିଥିବା ଋଷିଆରୁ ଆସିଛି ଆଉ ଏକ ଭଲ ଖବର । ସାମାନ୍ୟରୁ ମଧ୍ୟମ ଧରଣର ଲକ୍ଷଣ ଦେଖାଯାଉଥିବା କରୋନା ଆକ୍ରାନ୍ତଙ୍କ ପାଇଁ ଏକ ଔଷଧକୁ ଅନୁମତି ଦେଇଛି ପୁଟିନ ପ୍ରଶାସନ । କରୋନା-ଭି ନାଁରେ ଏହି ଔଷଧକୁ ବିକଶିତ କରିଛି ଆର-ଫାର୍ମା ।
ଶୁକ୍ରବାର କମ୍ପାନୀ କହିଛି ଆଗାମୀ ସପ୍ତାହରୁ ଏହା ବଜାରରେ ଉପଲବ୍ଧ ହେବ । ହସ୍ପିଟାଲରେ ଭର୍ତ୍ତି ହୋଇନଥିବା ଆକ୍ରାନ୍ତ ମଧ୍ୟ ଏହି ଔଷଧ ବଜାରରୁ ନେଇ ଡାକ୍ତରଙ୍କ ପରାମର୍ଶରେ ଖାଇପାରିବେ । ଔଷଧ ନିର୍ମାତା ଆର-ଫାର୍ମା କହିଛି ପ୍ରାୟ ୧୬୮ ଜଣ ଆକ୍ରାନ୍ତଙ୍କଠାରେ ଏହି ଔଷଧର ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ପରେ ଔଷଧକୁ ଅନୁମତି ମିଳିଛି ।