ସେପ୍ଟେମ୍ବର ପହିଲାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ ।

ସତ୍ୟଶିଖା ୩୦/୦୮/୨୦୨୫:ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷା ପ୍ରକୋପ ଅଧିକ ରହିବ । ପାଣିପାଗ ବିଭାଗ  ପୂର୍ବାନୁମାନରୁ ଏଭଳି ସୂଚନା ମିଳିଛି । ପାଣିପାଗ ବିଭାଗର ଆକଳନ ହେଲା, ଶନିବାର ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା  ହୋଇପାରେ । କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା  ଅଛି । ୩୧ ଅଗଷ୍ଟ (ରବିବାର) ରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହାବାଦ୍‌ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ସେପ୍ଟେମ୍ବର  ପହିଲାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି । ବହୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି । ୨ ଓ ୩ ତାରିଖରେ ଅଧିକାଂଶ ଜିଲ୍ଲାରେ ବର୍ଷା ଏବଂ କେତେକ ସ୍ଥାନରେ  ପ୍ରବଳ ବର୍ଷା ହୋଇପାରେ । ଶୁକ୍ରବାର ରାଜ୍ୟର  ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ଥିଲା । ପ୍ରାୟତଃ  ଖରାଟିଆ ଥିଲା ପାଗ । କାଁ ଭାଁ ବର୍ଷା ହୋଇଥିଲା ।

Exit mobile version