

ତେବେ ଜୁନ୍ ୧୧ ତାରିଖ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରଚଣ୍ଡ ତାତି ସହ ତାପମାତ୍ରା ୪୪ ଡିଗ୍ରୀ ସେଲ୍ସିୟସରୁ ୪୭ ଡିଗ୍ରୀ ମଧ୍ୟରେ ରହିବାର ଆଶଙ୍କା କରାଯାଉଥିବା ବେଳେ ଉପକୂଳ ଅଂଚଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ରୁ ଅଧିକ ରହିବାର ସମ୍ଭାବନା ଥିବା ସିଇସି ପକ୍ଷରୁ ଶନିବାର ସୂଚନା ଦିଆଯାଇଛି ।
ଜୁନ ୧୦ ତାରିଖ ବେଳକୁ ଆରବସାଗରରେ ପଶ୍ଚିମା ବାୟୁ ଶକ୍ତିଶାଳୀ ହେବା ସହ ଏହା ଉତର ମୁହାଁ ହୋଇ ଜୁନ୍ ୧୨ ତାରିଖ ସୁଦ୍ଧା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀର ଆଗମନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି କରିପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବ ଦକ୍ଷିଣ ଓଡ଼ିଶା ଜିଲ୍ଲାଗୁଡିକରେ ଦେଖାଯିବ । ତେବେ ଦୁର୍ବଳ ମୌସୁମୀ ଯୋଗୁଁ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ଏବଂ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ତେବେ ଜୁନ୍ ୮ ରୁ ଦକ୍ଷିଣ ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଅଧିକ ବର୍ଷା ନିମନ୍ତେ ଉପଯୁକ୍ତ ବାତାବରଣ ସୃଷ୍ଟି ହେବାର ସୂଚନା ନ ଥିବାରୁ ମୌସୁମୀ ମଧ୍ୟ ସେତେଟା ପ୍ରଭାବ ହେବ ନାହିଁ ବୋଲି ସିଇସି ପକ୍ଷରୁ କୁହାଯାଇଛି ।