ସତ୍ୟଶିଖା : ୧୭/୦୪/୨୦୨୫:ସାଧାରଣ ନିର୍ବାଚନ ୨୦୨୪ରେ ପରାଜୟ ପରେ ପୁଣି ଦଳ ସଜାଡୁଛି ବିଜେଡି । ଏବେ ଦଳର ସାଂଗଠନିକ ନିର୍ବାଚନ ଚାଲିଥିବା ବେଳେ ନବୀନ ପୁଣି ଥରେ ବିଜେଡି ସଭାପତି ହେବା ଏକପ୍ରକାର ନିଶ୍ଚିତ ବୋଲି କୁହାଯାଉଛି ।
ବିଜେଡି ସଭାପତି ପଦ ପାଇଁ ନବୀନ ପ୍ରାର୍ଥୀପତ୍ର ଦାଖଲ କରିବେ ବୋଲି ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି । ତେବେ ବିଜେଡି ସଭାପତି ରେସ୍ରେ ଆଉ କେହିନଥିବାରୁ ନବୀନ ପଟ୍ଟନାୟକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ନିଶ୍ଚିତ ହୋଇଯାଇଛି । ଆସନ୍ତା ଦୁଇ ଦିନ ଭିତରେ ବିଜେଡି ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ ଗଠନ ହେବ । ଆସନ୍ତା ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ । ଅନ୍ୟପଟେ ବିଜେଡି ସାଂଗଠନିକ ନିର୍ବାଚନରେ ୩୩ ସାଂଗଠନିକ ଜିଲ୍ଲାରୁ ୧୮ଟି ଜିଲ୍ଲାସଭାପତିଙ୍କ ନାଁ ଘୋଷଣା ହୋଇଛି । ଏହି ତାଲିକାରେ ବରିଷ୍ଠ ତଥା ଅଭିଜ୍ଞ ନେତାଙ୍କୁ ଗୁରୁତ୍ୱ ଦିଆଯାଇଛି ।