ସତ୍ୟଶିଖା (ଭୁବନେଶ୍ୱର) ୨/୧୧/୨୦୨୦ : ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୩୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୪୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ୯ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ସମ୍ବଲପୁର, ଖୋର୍ଦ୍ଧା, କନ୍ଧମାଳ, କଟକ, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ
