ଜୀବନମନ୍ତ୍ରନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ
ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ l

ସତ୍ୟଶିଖା (ଭୁବନେଶ୍ୱର) ୧୯ .୦୯.୨୦୨୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟସ୍ଵlସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୯ ମୃତକଙ୍କ ମଧ୍ୟରୁ ବରଗଡ ଜିଲ୍ଲାରୁ ୨ ଜଣ, ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡା ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୫୫୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏଥିମଧ୍ୟରୁ ୩୭୨୩୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୭୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୯୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୭୧୫୮୨୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।