ସତ୍ୟଶିଖା (ଭୁବନେଶ୍ୱର) ୧୯ .୦୯.୨୦୨୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟସ୍ଵlସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୯ ମୃତକଙ୍କ ମଧ୍ୟରୁ ବରଗଡ ଜିଲ୍ଲାରୁ ୨ ଜଣ, ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡା ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୫୫୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।