ସତ୍ୟଶିଖା (ଭୁବନେଶ୍ୱର) ୧୩/୦୧/୨୦୨୧ : ରାଜଧାନୀର ବିଭିନ୍ନ ବସ୍ତି, ରେଳଷ୍ଟେସନ, ବସଷ୍ଟାଣ୍ଡ, ମନ୍ଦିର ପାର୍ଶ୍ବବର୍ତ୍ତୀ ଅଞ୍ଚଳ, ବଜାରରେ ଭୋକିଲା ରହୁଥିବା ଲୋକଙ୍କୁ ମାଗଣାରେ ରନ୍ଧା ଖାଦ୍ୟ ଯୋଗାଇବା ପାଇଁ ଜାନୁଆରି ୮ରେ ଏକ ଟ୍ରଷ୍ଟ ଅନ୍ନପୂର୍ଣ୍ଣାକୁ ଲୋକାର୍ପିତ କରିଥିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ହେଲେ ଏବେ ଅନ୍ନପୂର୍ଣ୍ଣା ଯୋଜନା ଅଧିନରେ ମାଗଣାରେ ନୁହେଁ ବରଂ ଖାଦ୍ୟ ଖାଇବା ପାଇଁ ୧ଟଙ୍କା ଦେବାକୁ ହେବ । ଏ ନେଇ ଆଜି ଘୋଷଣା କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ । ବିଏମସିର ବିଜ୍ଞପ୍ତି ପରେ ଅପରାଜିତା ଷଡଙ୍ଗୀ ଏଭଳି ସୂଚନା ଦେଇଛନ୍ତି ।
ମାଗଣା ନୁହେଁ ସାଂସଦ ଅପରାଜିତାଙ୍କ ଅନ୍ନପୂର୍ଣ୍ଣା ଯୋଜନା
